The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ଆଜି ଛେନାପୋଡ ଦିବସ

Facebook
Twitter
LinkedIn

ବ୍ୟୁରେ୍ା : ଆଜି ହେଉଛି ଛେନାପୋଡ ଦିବସ । ଛେନାପୋଡ …. ନାଁ ଶୁଣିଲେ ହିଁ ପାଟିରୁ ପାଣି ଆସିଯାଏ । କାହାକୁ ବା ଖାଇବାକୁ ନ ଭଲ ଲାଗେ । ପିଲାଠୁ ବୁଢା ସମସ୍ତେ ଏହାକୁ ଖାଇବାକୁ ଭଲ ପାଆନ୍ତି । ତେବେ ଛେନାପୋଡ ଦିବସ କେବେ ଓ କାହିଁକି ଆରମ୍ଭ ହେଲା ଆସନ୍ତୁ ଜାଣିବା ।
ନୟାଗଡ଼ ମାଟିରୁ ଜନ୍ମ ନେଇଥିବା ଛେନାପୋଡ଼ ଆଜି ବିଶ୍ୱ ଦରବାରରେ ନିଜର ପରିଚୟ ସୃଷ୍ଟି କରିଛି। ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ବିକ୍ରି ହେଉଥିବା ଛେନାପୋଡ଼ ପଛରେ ନୟାଗଡ଼ର ଏକ ସ୍ୱତନ୍ତ୍ର ଅବଦାନ ରହିଛି। ସ୍ୱାଧୀନତା ପୂର୍ବରୁ ନୟାଗଡ଼ ଛେନାପୋଡ଼ ଜନ୍ମ ନେଇଥିଲା । ଛେନାପୋଡ଼ ପଛରେ ରହିଛି ଏକ ରୋଚକ କାହାଣୀ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ସାତପାଟଣା ଗ୍ରାମରେ ୧୯୩୧ ଏପ୍ରିଲ୍ ୧୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଛେନାପୋଡ଼ର ଜନ୍ମଦାତା ସୁଦର୍ଶନ ସାହୁ।


୧୯୪୫ ମସିହାରେ ନୟାଗଡ ଦଶପଲ୍ଲାରେ ସୁଦର୍ଶନ ସାହୁ ଏକ ଜଳଖିଆ ଦୋକାନ କରି ପରିବାର ଚଳାଉଥିଲେ । ଏକଦା ତାଙ୍କ ହୋଟେଲରେ କିଛି ଛେନା ବଳି ଥିଲା । ତାହା ସକାଳକୁ ଖରାପ ହୋଇଯିବ କଣ କରିବେ ଭାବି ସେଥିରେ କିଛି ଚିନି ଓ କିଛି ଚାଉଳ ଚୁନା ମିଶାଇ ନିଆଁ ରଡରେ ପୋଡି ଦେଇଥିଲେ । ଏହାପରେ ତାହା ଏକ ପିଠା ଆକାରର ହୋଇଥିଲା । ପ୍ରଥମେ ତାହା ଛେନାପୋଡ ପିଠା ହୋଇଥିଲା । ପରେ ପିଠାରୁ ମିଠା ପାଲଟିଥିଲା ଛେନାପୋଡ । କମ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ମିଠା ନାଁ କରିଥିଲା । ନୟାଗଡରୁ ବିଭିନ୍ନ ଜିଲ୍ଲାକୁ ଛେନାପୋଡ ପଠାଯାଇଥିଲା । ପରେ ଅନ୍ୟ ଜିଲ୍ଲାରେ ଏହା ବିକ୍ରି ହୋଇଥିଲା । ମାତ୍ର ଛେନାପୋଡରେ ଏନ୍ତୁଡିଶାଳ ନୟାଗଡ ରହିଛି।
ଘରେ ଘରେ ପରିଚିତ ଏହି ମିଠାକୁ ସବୁ ବର୍ଗର ଲୋକ ପସନ୍ଦ କରିଥାନ୍ତି । ଛେନାପୋଡ ଏକ ଏପରି ମିଠା ଯାହାକୁ ଯେତେ ପୋଡିଲେ ତାର ସ୍ବାଦ ସେତେ ବଢିଥାଏ । ବିଶ୍ବ ଦରବାରରେ ଏହି ମିଠା ସ୍ବତନ୍ତ୍ର ପରିଚୟ ହାସଲ କରିଛି । ଓଡିଆଙ୍କ ପ୍ରିୟ ମିଠାର ସ୍ବାଭିମାନକୁ ବଞ୍ଚାଇବାକୁ ପ୍ରତିବର୍ଷ ଏପ୍ରିଲ ୧୧ ତାରିଖକୁ ଛେନାପୋଡ ଦିବସ ଭାବେ ପାଳନ କରାଯାଉଛି । ମହାପ୍ରଭୁ ଜଗନ୍ନାଥଙ୍କ ଷାଠିଏ ପଉଟି ଭୋଗ ରୁ ଛେନାପୋଡ ଅନ୍ୟତମ । ବାହୁଡା ଦିନ ଛେନାପୋଡ ମହାପ୍ରଭୁଙ୍କୁ ଅର୍ପଣ କରାଯାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login