ଭୁବନେଶ୍ୱର : ଆଜି ପହିଲି ରଜ । ମାଟି ଓ ଆକାଶର ମିଳନର ପର୍ବ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।
ଆଜି ପହିଲି ରଜ ….
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











