The Ultimate Managed Hosting Platform
ADVERTISEMENT

ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ନବୀନ ପଟ୍ଟନାୟକ ୭୯ ବର୍ଷ ବୟସରେ ପାଦ ଦେଇଛନ୍ତି । ଏଥର ନିଜ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରିବେ। ଜନ୍ମଦିନରେ ବିଜେଡିର ଜନସଂପର୍କ ପଦଯାତ୍ରାରେ ଯୋଗଦେବେ। ନୂଆପଡ଼ା ଉପ ନିର୍ବାଚନ ପୂର୍ବରୁ ନବୀନ ଗ୍ରାଉଣ୍ଡକୁ ଓଲାଇଛନ୍ତି । ଏକାମ୍ର ନିର୍ବାଚନମଣ୍ଡଳୀ ଗଙ୍ଗନଗରରେ ଥିବା ବିଜୁ ଆଦର୍ଶ କଲୋନୀରୁ ବାହାରିବ ପଦଯାତ୍ରା । ଏଥିରେ ଯୋଗ ଦେଇ କର୍ମୀମାନଙ୍କୁ ଉତ୍ସାହିତ କରିବେ । ସେଠାରେ ପିଲାଙ୍କ ସହ ସମୟ ବିତାଇବା ସହ ମିଷ୍ଟାନ ବଣ୍ଟନ କରିବେ ନବୀନ । ଏହା ପରେ ନବୀନ ଏସଓଏସ ଭିଲେଜ ଯିବେ । ସେଠି ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବେ। ନବୀନଙ୍କୁ ସ୍ଵାଗତ କରିବାକୁ ମଙ୍ଗଳା ବସ୍ତି ବାସିନ୍ଦା ନିଜ ଘର ସାମ୍ନାରେ କଳସ ମୁରୁଜ ବସେଇଛନ୍ତି। ଆଜି ସାରା ରାଜ୍ୟରେ ବିଜେଡି ପକ୍ଷରୁ ନିରାଡ଼ମ୍ବର ଭାବେ ପାଳନ ହେଉଛି ନବୀନଙ୍କ ଜନ୍ମଦିନ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଶୁଭେଚ୍ଛା । ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login