ବିହାର : ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ । ୧୮ ଜିଲ୍ଲାରେ ୧୨୧ଟି ଆସନରେ ଭୋଟ ଦେବେ ଜନତା । ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ ହେବ ପରୀକ୍ଷା । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ ,ସନ୍ଧ୍ୟା ୫ଟା ଯାଏଁ ଚାଲିବ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ତେଜସ୍ବୀ ଯାଦବ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ସେ ରଘୋପୁର ଆସନରୁ ପ୍ରତିଦ୍ବନ୍ଦିତା କରୁଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ମହାଗଠବନ୍ଧନ । ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିର ସତୀଶ କୁମାର । ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଲାଲୁଙ୍କ ବଡ଼ ପୁଅ ଜନଶକ୍ତି ଜନତା ଦଳର ତେଜପ୍ରତାପ ଯାଦବ ମଧ୍ୟ ଭାଗ୍ୟ ପରୀକ୍ଷା କରୁଛନ୍ତି । ୨୦୨୦ ନିର୍ବାଚନରେ ଏହି ୧୨୧ ଆସନରୁ ମହାଗଠବନ୍ଧନ ୬୩ ଆସନରେ ବିଜୟୀ ହୋଇଥିଲା । ଜେଡିୟୁ ଓ ବିଜେପି ୫୫ ସିଟ୍ ଦଖଲ କରିଥିଲେ । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ। ସବୁ ବୁଥରେ ୱେବ କାଷ୍ଟିଂ ବ୍ୟବସ୍ଥା କରାଯାଇଛି ।
Views: 69











