ପୁରୀ : ଆଜି ମହାପ୍ରଭୁଙ୍କ ଅଧରପଣା ନୀତି । ନବଦିନାତ୍ମକ ଯାତ୍ରା ସାରି ରନôସିଂହାସନକୁ ଆଉ ଗୋଟିଏ ଦିନ ପରେ ବାହୁଡିବେ ମହାପ୍ରଭୁ । ପରମ୍ପରା ଅନୁଯାୟୀ ସନ୍ଧ୍ୟାରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବା ଦେବୀ ବିରାଜମାନ କରିଥାନ୍ତି । ପବିତ୍ର ଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାଶ୍ୱର୍ ଦେବା ଦେବୀଓ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତ କରିବା ପାଇଁ ଅଧର ହାଣ୍ଡିଙ୍କୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି ।
ପ୍ରତି ରଥରେ ଶ୍ରୀଜୀଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ। ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ । ପ୍ରତି ରଥରେ ୩ଟି ଲେଖାଏଁ ମାଟି ହାଣ୍ଡିରେ ଅଧର ପଣା ଭୋଗ କରାଯାଇଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଅନ୍ୟ ଦେବାଦେବୀ, ଭୂତପ୍ରେତ ପାଇଥାନ୍ତି ବୋଲି କୁହାଯାଏ ।
ଆଜି ମହାପ୍ରଭୁଙ୍କ ଅଧରପଣା ନୀତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











