The Ultimate Managed Hosting Platform
ADVERTISEMENT

ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ

Facebook
Twitter
LinkedIn

ପୁରୀ : ସରିଲା ବଣଭୋଜି ବେଶ । ଆଜି ହେଉଛି ମହାପ୍ରଭୁଙ୍କ କାଳୀୟଦଳନ ବେଶ । ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ଵାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରନ୍ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login