ପୁରୀ : ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନଅରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।
Views: 108











