ଭୁବନେଶ୍ୱର : ରାଜ୍ୟରେ ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ୟ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି। ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।
Views: 64