ଭୁବନେଶ୍ୱର : ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ-ରାଜସ୍ଥାନ ଗସ୍ତ । ୫ ଦିନିଆ ଦିଲ୍ଲୀ-ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସନ୍ଧ୍ୟା ସାଢେ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ । ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ରାଜସ୍ଥାନରେ ପ୍ରାକ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗ ନେବେ । ମୁଖ୍ୟମନ୍ତ୍ରୀ ୧୯,୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି ।
Views: 36