ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା । ପବିତ୍ର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ୨୧ ଦିନବ୍ୟାପୀ ବାହାର ଚନ୍ଦନ ଯାତ୍ରା ଗୁରୁବାର ଶେଷ ହୋଇଛି। ଅପରାହ୍ଣରେ ଚନ୍ଦନଯାତ୍ରା ପାଇଁ ଶ୍ରୀମନ୍ଦିରରୁ ଦିଅଁ ବିଜେ ହୋଇଥିଲେ। ଦେବଦେବୀ ନରେନ୍ଦ୍ର ପୁଷ୍କରିଣୀ ଚକଡ଼ାରେ ପହଞ୍ଚିବା ପରେ ଭିତରଚ୍ଛ ମହାପାତ୍ର ଜଳ ଲାଗି କରିଥିଲେ। ପରେ ଦିଅଁ ଚାପକୁ ବିଜେ ହୋଇଥିଲେ। ଚାପରେ ମୁଦିରସ୍ତ ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କୁ ପ୍ରସାଦ ଲାଗି କରିଥିଲେ। ଏହାପରେ ଦିନଚାପ ଆରମ୍ଭ ହୋଇଥିଲା। ନନ୍ଦା ଚାପରେ ମଦନମୋହନ, ଶ୍ରୀଦେବୀ, ଭୂଦେବୀ ଏବଂ ଭଦ୍ରା ଚାପରେ ରାମକୃଷ୍ଣ ଓ ପଞ୍ଚମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ଏକଘେରା ବୁଲି ଜଳକ୍ରୀଡ଼ା କରିଥିଲେ। ସୂଚନାଯୋଗ୍ୟ, ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହେଉଥିବା ଚନ୍ଦନ ଯାତ୍ରାରେ ମହାପ୍ରଭୁ ନିଜେ ବିଜେ ନ କରି ତାଙ୍କର ପ୍ରତିନିଧି ଭାବେ ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ବିଜେ କରିଥାନ୍ତି। ସେମାନଙ୍କ ସହିତ କ୍ଷେତ୍ରର ପଞ୍ଚମହାଦେବ ତଥା ପଞ୍ଚୁପାଣ୍ଡବ ବିଜେ କରନ୍ତି।
ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











