ଆନ୍ଧ୍ର : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳଚକଟାରେ ୧୦ ଜଣଙ୍କର ଚାଲିଗଲା ଜୀବନ । କାଶୀବୁଗା ସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ଭିତରେ ଦଳାଚକଟା । ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ ଯୋଗୁଁ ଅଘଟଣ । ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ବେଳେ ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ , ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଏକ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା, ଯାହା ଫଳରେ ଏହି ଦୁଃଖଦ ଘଟଣା ଘଟିଛି । ଏକାଦଶୀ ଥିବାରୁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ପରେ ଭିଡ ଅଣଆୟତ ହୋଇପଡିଥିଲା । ଶ୍ବାସରୁଦ୍ଧ ହୋଇ ଅଧିକାଂଶ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନେକ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସ୍ଥାନୀୟ ପ୍ରଶାସନ ଏବଂ ଜରୁରୀକାଳୀନ ସେବା ଟିମ୍ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଆହତମାନଙ୍କୁ ସହାୟତା ଯୋଗାଇ ଦେଇଛନ୍ତି ।
Views: 60











