ନୂଆଦିଲ୍ଲୀ : ଆମେରିକା ଲସ୍ ଏଞ୍ଜଲିସରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଛନ୍ତି । ଜଙ୍ଗଲରେ ଥିବା ହଜାର ହଜାର ଗଛ ପୋଡି ପାଉଁଶ ହୋଇଗଲାଣି । ଜନ ବସତି ଆଡକୁ ମାଡି ଆସିଲାଣି ନିଆଁ । ବହୁ ଆବାସିକସ୍ଥଳ ଓ ଦୋକାନ ବଜାର ନଷ୍ଟ ହୋଇଯାଇଛି । ୧୫ ହଜାରରୁ ଅଧିକ ଘର ଜଳିପୋଡି ପାଉଁଶ ହୋଇଗଲାଣି । ଲୋକେ ଭୟଭୀତ ହୋଇ ଘର ଛାଡି ଦୌଡି ପଳାଉଛନ୍ତି। ଜୋର୍ ପବନ ବହିବା ଯୋଗୁଁ ଦ୍ରୁତ ଗତିରେ ନିଆଁ ବ୍ୟାପିବାରେ ଲାଗିଛି । ଏଠାରେ ସ୍କୁଲ ବନ୍ଦ କରିଦିଆଯାଇଛି । କେବଳ ସେତିକି ନୁହେଁ ନିଆଁ ଯୋଗୁଁ ଉଡାଣ ପ୍ରଭାବିତ ହୋଇଛି । ସମୁଦ୍ର କୂଳରେ ପବନ ଜୋରରେ ହେବା ଯୋଗୁଁ ନିଆଁ ବ୍ୟାପିବାରେ ଲାଗିଛି । ନିଆଁକୁ ଆୟତ୍ତ କରିବାକୁ ଆକାଶ ମାର୍ଗରୁ ପାଣି ବର୍ଷା କରାଯାଉଛି । ୱାଇଲ୍ଡ ଫାୟାର ଇମର୍ଜେନ୍ସୀ ଘୋଷଣା କରିଛି କାଲିଫର୍ଣ୍ଣିଆ । ନିଆଁର ମୁକାବିଲା ପାଇଁ ଅବସରପ୍ରାପ୍ତ ଫାୟାର ଫାଇଟରଙ୍କୁ କଡାଯାଇଛି । ଜାତୀୟ ପାଣିପାଗ ସେବା ପକ୍ଷରୁ ଲସ ଏଞ୍ଜେଲ୍ସ କାଉଣ୍ଟି ପାଇଁ ବ୍ୟାପକ ନିଆଁ ଲାଗିବା ସଂପର୍କରେ ଆଗୁଆ ସତର୍କ କରାଯାଇଥିଲା ।
ଆମେରିକାର ଲସ୍ ଆଞ୍ଜେଲସରେ ଭୟଙ୍କର ଅଗ୍ନିକାଣ୍ଡ, ୬ ଜଣଙ୍କର ଜୀବନ ଯାଇଥିବା ବେଳେ ୧୫ ହଜାରରୁ ଅଧିକ ଘର ପୋଡି ପାଉଁଶ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











