ଭୁବନେଶ୍ୱର: ଆସନ୍ତା କାଲିଠାରୁ ରାଜ୍ୟର ପାଣିପାଗର ପରିବର୍ତ୍ତନ ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ବଙ୍ଗୋପସାଗର ମଧ୍ୟରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପାଇଁ ରାଜ୍ୟରେ ପାଗ ବଦଳିଛି । ଫଳରେ କାଲିଠୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ବିଜୁଳି ସହିତ ଘଡଘଡି ଓ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବରଗଡ,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି । ସେହିପରି ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ଦ୍ୱାରା ପନିପରିବା ଫସଲ ନଷ୍ଟ ହେବାର ସମ୍ଭାବନା ରହିଛି । ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ପରେ ୫ ତାରିଖରୁ ରାଜ୍ୟରେ ପାଗ ବଦଳିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...