The Ultimate Managed Hosting Platform
ADVERTISEMENT

ଆସନ୍ତା ମାସରୁ ଏଲିଭେଟେଡ କରିଡର କାମ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ ରୋଡ । ତଳେ ୬ ଲେନ୍, ଉପରେ ୪ ଲେନ ରୋଡ ନିର୍ମାଣ ହେବ । ଏହା ସହିତ ବାରଙ୍ଗରୁ ପଟିଆ ଷ୍ଟେସନ୍ ଛକ ତଥା ଜାତୀୟ ରାଜପଥ-୧୬ ଓ ସୁଆଙ୍ଗ ମୌଜା ଦେଇ ଜଟଣୀକୁ ସଂଯୋଗ କରୁଥିବା କେନାଲ ବନ୍ଧ ରାସ୍ତା(ଦୟା ୱେଷ୍ଟ କେନାଲ୍) ର ଉନ୍ନତୀକରଣ କରାଯିବ । ଏହାଦ୍ବାରା ଜମି ଅଧିଗ୍ରହଣ ଓ ଉଚ୍ଛେଦ ଭଳି ସମସ୍ୟା ଆଉ ରହିବ ନାହିଁ । ଏହାସହ କ୍ୟାପିଟାଲ ରିଜିୟନ ରିଙ୍ଗ ରୋଡ଼ ପାଇଁ ମଧ୍ୟ ଟେଣ୍ଡର ହୋଇଯାଇଛି । ଏହାର କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି ।ଏଥିପାଇଁ ୨୭୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଏପ୍ରିଲ ଶେଷ ସୁଦ୍ଧା କାମ ଆରମ୍ଭ ହେବ । ଏଥିସହ ସବୁ ଛକରେ ବାଇପାସ୍ ରୋଡ୍ ରହିବ ବୋଲି କହିଛନ୍ତି ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login