ଭୁବନେଶ୍ୱର : ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦ ବା ଏନଇପି ୨୦୨୦ । ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହା ଐତିହାସିକ ପଦକ୍ଷେପ । ଶିକ୍ଷା ସରଳୀକାରଣ ହେବ। ଏଫଏଲଏମର ନିପୁଣ ଓଡ଼ିଶା ଲାଗୁ କରାଯିବ । ପ୍ରାଥମିକ ସ୍ତରରେ ପିଲାମାନେ ଭିତ୍ତିଠିକ ରହିବା ନେଇ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କରିବାକୁ ଯାଉଛନ୍ତି ସରକାର ବୋଲି କହିଛନ୍ତି । ଏହା ମଧ୍ୟ କହିଛନ୍ତି ବିଦ୍ୟାଳୟ ସ୍ତରରେ ଧନ୍ଦାମୂଳକ ଶିକ୍ଷା ବି ଦିଆଯାଉଛି । ବିଶେଷ କରି ଓଡ଼ିଆ ଭାଷା କଳା ଓ ସଂସ୍କୃତିକୁ ଏଥିରେ ପ୍ରଚାର ପ୍ରସାର କରାଯାଉଛି । ଏନଇପି ଲାଗୁ ହେଲେ ଜିରୋ ଡ୍ରପ ଆଉଟ ହେବା ଗୁଣାତ୍ମକ ଶିକ୍ଷା ମିଳିପାରିବ । ଏଥିରେ ୧୫୬ କୋଟି ବ୍ୟୟ ବରାଦ ହୋଇଛି । ନବମ ଓ ଏକାଦଶ ଶ୍ରେଣୀରେ ପିଲା ମାନେ ନାମ ଲେଖାଇଲେ ତାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ପିଏମ ଶ୍ରୀ ଯୋଜନା ପାଇଁ କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ଵାକ୍ଷର ହୋଇ ଓଡ଼ିଶାର ପ୍ରାୟ ୩୫୦ ସ୍କୁଲ ମିଳିଛି । ଆହୁରି ସ୍କୁଲ ଏଥିରେ ସାମିଲ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରୁଛୁ । ଏହା ଦ୍ୱାରା ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସିବ ।
ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











