ଭୁବନେଶ୍ୱର : ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଜାରି ରହିବ ବଜ୍ରପାତ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ କୁଆପଥର ବୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରଚଣ୍ଡ ବଜ୍ରପାତ ସହ ପ୍ରବଳ ବର୍ଷା ଏବଂ କୁଆପଥର ବୃଷ୍ଟି ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ଏନେଇ ସତର୍କତା ଜାରି କରାଯାଇଛି।
Views: 21