ସମ୍ବଲପୁର: ଆସନ୍ତା ୨୭ରେ ଲୋକାର୍ପିତ ହେବ ସମଲେଇ ପ୍ରକଳ୍ପ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଦେବ ନିମନ୍ତ୍ରଣ ଆରମ୍ଭ । ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଚଳିତ ମାସ ଶେଷ ବେଳକୁ ଥିବା ବେଳେ ନିମନ୍ତ୍ରଣ ପତ୍ର ବଣ୍ଟାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ଦେବା ପାଇଁ ଏକ ପ୍ରତିନିଧି ଦଳ ଆଜି ଭୁବନେଶ୍ବର ଅଭିମୁଖେ ବାହାରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀ ମା’ ସମଲେଶ୍ବରୀ ମନ୍ଦିରରୁ ବାହାରିଥିବା ବେଳେ, ସମ୍ବଲପୁରର ମା’ ପାଟଣେଶ୍ବରୀ, ମା’ ଦଶମତି, ମା’ ବାଟମଙ୍ଗଳା, ବାବା ସୋମନାଥ ଓ ପୁରୀ ଶ୍ରୀ ମନ୍ଦିର ଯାଇ ପ୍ରଥମେ ନିମନ୍ତ୍ରଣ ଦେବାର କାର୍ୟ୍ୟକ୍ରମ ରହିଛି ।
Views: 88











