ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ବିଜେଡିର ପୋଲାଭରମ ଆନ୍ଦୋଳନ। ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି ହେଉଛି, ତାକୁ ଦେଖୁନାହାନ୍ତି। କେନ୍ଦ୍ରର ଭୁଲ ନିଷ୍ପତ୍ତି ଯୋଗୁଁ ମାଲକାନଗିରିର ଜିଲ୍ଲାର ବହୁ ଅଞ୍ଚଳ ବୁଡ଼ିଯିବ। ପୋଲାଭରମର ଉଚ୍ଚତା ବୃଦ୍ଧି କରାଯାଉଥିବାରୁ ଓଡ଼ିଶାର ବହୁତ କ୍ଷତି ହେବ । ତେଣୁ ମାଲକାନଗିରି ଓ ଓଡ଼ିଶାବାସୀଙ୍କ ସ୍ବାର୍ଥ ରକ୍ଷା ପାଇଁ ଆନ୍ଦୋଳନ କରିବ ବୋଲି କହିଛି ବିଜେଡି ବିଧାୟକ ସାରଦା ଜେନା କହିଛନ୍ତି । ସେପଟେ ଧ୍ରୁବ ସାହୁ ପ୍ରଶ୍ନ କରିଛନ୍ତି ପୋଲାଭରମ ନେଇ ରାଜ୍ୟ ସରକାର ଓ ବିଜେପିର ୨୦ ସାଂସଦ ଚୁପ୍ କାହିଁକି ? ଡବଲ ଇଞ୍ଜିନ ସରକାର ଓଡ଼ିଶାର ଲାଭ ନୁହେଁ, କ୍ଷତି କରୁଛି । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କରାଯାଉଛି ବୋଲି କହିଛନ୍ତି ଧୃବ ସାହୁ କହିଛନ୍ତି । ସେପଟେ କଂଗ୍ରେସ ବିଧାୟକ ଅଶୋକ ଦାସ ଅଭିଯୋଗ କରିଛନ୍ତି ଦିଲ୍ଲୀ ଚୌକି ପାଇଁ ଓଡ଼ିଶାକୁ ବୁଡ଼ାଉଛି ବିଜେପି । ପୋଲାଭରମ୍ ପାଇଁ ଆନ୍ଧ୍ରକୁ କେନ୍ଦ୍ର ସରକାର ଅନୁଦାନ ଦେଇ ଓଡ଼ିଶାର କ୍ଷତି କରିଛି । ପୋଲାଭରମ ପ୍ରକଳ୍ପ ଯୋଗୁଁ ମାଲକାନାଗିରି ବୁଡ଼ିଯିବ। ଏହାକୁ ଆମେ ବିରୋଧ କରୁଛୁ । ଏହା ସତ୍ତ୍ଵେ ସରକାର କିଛି ଶୁଣୁ ନାହାନ୍ତି ।
ଆସନ୍ତା ୨୮ରେ ବିଜେଡିର ପୋଲାଭରମ ଆନେ୍ଦାଳନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...