ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ବିଜେଡିର ପୋଲାଭରମ ଆନ୍ଦୋଳନ। ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି ହେଉଛି, ତାକୁ ଦେଖୁନାହାନ୍ତି। କେନ୍ଦ୍ରର ଭୁଲ ନିଷ୍ପତ୍ତି ଯୋଗୁଁ ମାଲକାନଗିରିର ଜିଲ୍ଲାର ବହୁ ଅଞ୍ଚଳ ବୁଡ଼ିଯିବ। ପୋଲାଭରମର ଉଚ୍ଚତା ବୃଦ୍ଧି କରାଯାଉଥିବାରୁ ଓଡ଼ିଶାର ବହୁତ କ୍ଷତି ହେବ । ତେଣୁ ମାଲକାନଗିରି ଓ ଓଡ଼ିଶାବାସୀଙ୍କ ସ୍ବାର୍ଥ ରକ୍ଷା ପାଇଁ ଆନ୍ଦୋଳନ କରିବ ବୋଲି କହିଛି ବିଜେଡି ବିଧାୟକ ସାରଦା ଜେନା କହିଛନ୍ତି । ସେପଟେ ଧ୍ରୁବ ସାହୁ ପ୍ରଶ୍ନ କରିଛନ୍ତି ପୋଲାଭରମ ନେଇ ରାଜ୍ୟ ସରକାର ଓ ବିଜେପିର ୨୦ ସାଂସଦ ଚୁପ୍ କାହିଁକି ? ଡବଲ ଇଞ୍ଜିନ ସରକାର ଓଡ଼ିଶାର ଲାଭ ନୁହେଁ, କ୍ଷତି କରୁଛି । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କରାଯାଉଛି ବୋଲି କହିଛନ୍ତି ଧୃବ ସାହୁ କହିଛନ୍ତି । ସେପଟେ କଂଗ୍ରେସ ବିଧାୟକ ଅଶୋକ ଦାସ ଅଭିଯୋଗ କରିଛନ୍ତି ଦିଲ୍ଲୀ ଚୌକି ପାଇଁ ଓଡ଼ିଶାକୁ ବୁଡ଼ାଉଛି ବିଜେପି । ପୋଲାଭରମ୍ ପାଇଁ ଆନ୍ଧ୍ରକୁ କେନ୍ଦ୍ର ସରକାର ଅନୁଦାନ ଦେଇ ଓଡ଼ିଶାର କ୍ଷତି କରିଛି । ପୋଲାଭରମ ପ୍ରକଳ୍ପ ଯୋଗୁଁ ମାଲକାନାଗିରି ବୁଡ଼ିଯିବ। ଏହାକୁ ଆମେ ବିରୋଧ କରୁଛୁ । ଏହା ସତ୍ତ୍ଵେ ସରକାର କିଛି ଶୁଣୁ ନାହାନ୍ତି ।
ଆସନ୍ତା ୨୮ରେ ବିଜେଡିର ପୋଲାଭରମ ଆନେ୍ଦାଳନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











