ଭୁବନେଶ୍ୱର: ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ତିନିଟି ସ୍ଥାନ- କବିସୂର୍ୟ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ୟ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ । ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କବିସୂର୍ୟ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସଭାସ୍ଥଳଗୁଡ଼ିକରେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ସଭାସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି ।
ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











