ପ୍ରୟାଗରାଜ : ମହାକୁମ୍ଭରେ ପବିତ୍ର ସ୍ନାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ୍ ମୋଦି ଆସନ୍ତାକାଲି ଫେବୃୟାରୀ ୫ରେ ଉତ୍ତର ପ୍ରଦେଶର ପ୍ରୟାଗରାଜ ଯିବେ । ମୋଦି ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ ସ୍ଥଳକୁ ଯିବେ । ସଙ୍ଗମ ସ୍ଥଳରେ ସକାଳ ୧୧ଟାରେ ପବିତ୍ର ସ୍ନାନ କରିବେ ପ୍ରଧାନମନ୍ତ୍ରୀ ମୋଦି । ମହାକୁମ୍ଭ ମେଳାରେ ସକାଳ ୧୧ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ସମୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସଂରକ୍ଷିତ ରହିଛି । ସଙ୍ଗମରେ ବୁଡ଼ ପକାଇବା ପରେ ପିଏମ୍ ମୋଦି ୧୧ଟା ୪୫ରେ ଡଙ୍ଗାରେ ବସି ଅରେଲ ଘାଟ ଫେରିବେ । ଏଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ହୋଇ ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀ ଦ୍ୱିପ୍ରହର ୧୨ଟା ୩୦ରେ ବାୟୁସେନାର ବିମାନ ଯୋଗେ ପ୍ରୟାଗରାଜରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
ଆସନ୍ତାକାଲି ମହାକୁମ୍ଭରେ ବୁଡ ପକାଇବେ ପ୍ରଧାନମନ୍ତ୍ରୀ ମୋଦି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











