ପୁରୀ : ଆସନ୍ତାକାଲି ୫ ତାରିଖ ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।
Views: 21