ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଫେବୃଆରୀ ୧୩ରୁ ୨୧ ପର୍ୟ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ୟ୍ୟନ୍ତ ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନ ଚାଲିବ । ଫେବୃଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ । ଏହି ଅଧିବେଶନ ୨୮ଦିନ ଚାଲିବାକୁ ଥିବାବେଳେ ଆଜି ପୂର୍ବାହ୍ଣ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ । ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ । ଏହି ବୈଠକରେ ସପ୍ତଦଶ ବିଧାନସଭା ତୃତୀୟ ଅଧିବେଶନ ଗୃହକାର୍ୟ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା କରାଯିବ ।
Views: 29