ଭୁବନେଶ୍ୱର : ଆସିବ ନୂଆ କୃଷି ନୀତି । ଜୈବିକ ଚାଷକୁ ଦିଆଯିବ ଗୁରୁତ ୍ୱା ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ନୂଆ କୃଷି ନୀତି ସହ ଜୈବିକ କୃଷିକୁ ଗୁରୁତ୍ୱ ଦିଆଯିବ । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀକୁ ବୈଦେଶିକ ବଜାରକୁ ପଠାଇବା ପାଇଁ ବ୍ୟବସ୍ଥା କରିବେ ସରକାର । ଏଥିପାଇଁ ଡେଡିକେଟେଡ୍ କାର୍ଗୋ ଫ୍ଲାଇଟ୍ ବ୍ୟବହାର ହେବା ଦରକାର । ଯେଉଁଥି ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ଆଣିବାକୁ ଯାଉଛନ୍ତି ନୂଆ କୃଷି ନୀତି । “ଆଡଭାସିଂ ଇନକ୍ଲୁସିଭ ଏଗ୍ରିକଲଚରାଲ ଟ୍ରାନ୍ସଫର୍ମେସନ ଇନ୍ ଓଡ଼ିଶା” ଶୀର୍ଷକ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
Views: 30