ଭୁବନେଶ୍ବର: ଅସହ୍ୟ ତାତିରୁ ମିଳିଲା ମୁକ୍ତି । ପ୍ରବଳ ଗରମରେ ଲୋକେ ସନ୍ତୁଳି ହେଉଥବିା ବେଳେ ଏବେ କାଳବୈଶାଖୀ ବର୍ଷା ସମସ୍ତଙ୍କୁ ଥଣ୍ଡା କରିଦେଇକ୍ତି । ରାଜଧାନୀରେ କାଳବୈଶାଖୀ ତାଣ୍ଡବ । ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନରେ ଭିଜିଛି ଭୁବନେଶ୍ବର । ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଦ୍ବାରା କେତେକ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିପଡ଼ିଛି । ଭୁବନେଶ୍ବର ସମେତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି ।
ଢେଙ୍କାନାଳ, କଟକ, ଖୋର୍ଦ୍ଧା ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଭୁବନେଶ୍ବର ଏବଂ ଏହାର ଆଖପାଖ ଅଞ୍ଚଳରେ ୨୪ ହଜାର ୭୭୬ ଥର ବିଜୁଳି ମାରିଛି । ଆସନ୍ତା ୩ରୁ ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ କାଳବୈଶାଖୀ ବର୍ଷାର ପ୍ରଭାବ ରହିଲେ ମଧ୍ୟ ତାତିରେ ବ୍ରେକ୍ ଲାଗିବାର ସମ୍ଭାବନା ନାହିଁ । ବିଶେଷ କରି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ସୋନପୁର, ନୂଆପଡା ଜିଲ୍ଲାରେ ୪୦ ରୁ ୪୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ରହିବ ବୋଲି ଆକଳନ କରାଯାଇଛି ।
ଆହୁରି ୪ ଦିନ କାଳବୈଶାଖୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











