The Ultimate Managed Hosting Platform
ADVERTISEMENT

ଆହୁରି ୭ ଦିନ କାଳବୈଶାଖୀ ବର୍ଷା, ପାଣିପାଗ ବିଭାଗର ସତର୍କ ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ । ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୯ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login