କୋଲକତା : ଇଟା ଭାଟିରେ ବିସ୍ଫୋରଣ । ବିସ୍ଫୋରଣରେ ୪ ଜଣଙ୍କ ଜୀବନ ଚାଲିଗଲା । ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଥିବା ଏକ ଇଟା ଭାଟିରେ ହୋଇଛି ବିସ୍ପୋରଣ । ଇଟା ଭାଟିରେ ବିସ୍ପୋରଣ ହେବା ପରେ ଚାରିଆଡେ ଆତଙ୍କ ଖେଳିଯାଇଥିଲା । କିଛି ଦୂର ପର୍ୟ୍ୟନ୍ତ ପ୍ରଚଣ୍ଡ ଶବ୍ଦ ଶୁଣାଯାଇଥିଲା । ଏଥିରେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏହି ମାମଲାର ଫରେନ୍ସିକ ଯାଞ୍ଚ କରୁଛି । ଇଟା ଭାଟିରେ ହଠାତ୍ ବିସ୍ଫୋରଣ ଯୋଗୁଁ ଚିମିନୀ ପଡିଯିବାରୁ ଦୁର୍ଘଟଣା ଘଟିଛି । ଘଟଣାରେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି ।
ଖବର ମୁତାବକ, ଇଟା ଭାଟିରେ ଚୁଲି ଜଳୁଥିବା ବେଳେ ବିସ୍ଫୋରଣ ହୋଇଥିଲା । ଫଳରେ ୪ ଜଣଙ୍କର ମୃତ୍ୟୁ ହେବା ସହିତ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଶ୍ରମିକ ଇଟା ଭାଟିର ବୋଲି ଜଣାପଡିଛି । ଜଣେ ହସପିଟାଲରେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ୩ ଜଣଙ୍କ ମୃତଦେହ ମାଟିତଳେ ମିଳିଥିଲା । ଆହତଙ୍କ ଚିକିତ୍ସା ଜାରି ରହିଛି । ଏମାନଙ୍କ ମଧ୍ୟରେ ୨ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ପୋଲିସ ଏହି ମାମଲାରେ ଯାଞ୍ଚ ଜାରି ହୋଇଛି ।
ଇଟା ଭାଟି ବିସ୍ପୋରଣରେ ୪ ମୃତ, ୨୫ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











