The Ultimate Managed Hosting Platform
ADVERTISEMENT

ଇସିଆଇଙ୍କ ବଦଳି ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : ୪ ରାଜ୍ୟର ଜିଲ୍ଲାପାଳ ଓ ଏସପିଙ୍କ ବଦଳି ନିଦେ୍ର୍ଦଶ । ଅଣକ୍ୟାଡର ଏସପି ଓ କଲେକ୍ଟରଙ୍କ ବଦଳି ନିଦେ୍ର୍ଦଶ । ଓଡିଶାର ୨ ଏସପି ଓ ଜିଲ୍ଲାପାଳଙ୍କୁ ବଦଳି ନିଦେ୍ର୍ଦଶ । ଗୁଜରାଟ, ପଞ୍ଜାବ, ଓଡ଼ିଶା ଓ ପଶ୍ଚିମବଙ୍ଗ ଭଳି ୪ଟି ରାଜ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟ୍ ଓ ଏସପି ପଦବୀରେ ଅବସ୍ଥାପିତ ଅଣ-କ୍ୟାଡର ଅଧିକାରୀଙ୍କ ବଦଳି ଆଦେଶ ଜାରି କରିଛି ନିର୍ବାଚନ ଆୟୋଗ।ବଦଳି ହେବାକୁ ଥିବା ଅଧିକାରୀମାନେ ହେଉଛନ୍ତି ଗୁଜୁରାଟର ଛୋଟା ଉଦୟପୁର ଏବଂ ଅହମ୍ମଦାବାଦ ଗ୍ରାମୀଣ ଜିଲ୍ଲାର ଏସପି । ପଞ୍ଜାବର ପଠାନକୋଟ, ଫାଜିଲକା ଜଳନ୍ଧର ଗ୍ରାମୀଣ ଏବଂ ମାଲେରକୋଟଲା ଜିଲ୍ଲାର ଏସଏସପି । ଢେଙ୍କାନାଳର ଜିଲ୍ଲାପାଳ ଏବଂ ଓଡ଼ିଶାର ଦେବଗଡ଼ ଓ କଟକ ଗ୍ରାମାଞ୍ଚଳର ଏସପି ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ବ ବର୍ଦ୍ଧମାନ ଓ ବୀରଭୂମ ଜିଲ୍ଲାର ଜିଲ୍ଲାପାଳ । ଏହାବ୍ୟତୀତ ନିର୍ବାଚିତ ରାଜନୈତିକ ପ୍ରତିନିଧିଙ୍କ ସହ ସେମାନଙ୍କର ସମ୍ପର୍କ କିମ୍ବା ପାରିବାରିକ ସମ୍ପର୍କକୁ ଦୃଷ୍ଟିରେ ରଖି ପଞ୍ଜାବର ଏସଏସପି ଭଟିଣ୍ଡା ଏବଂ ଆସାମର ଏସପି ସୋନିତପୁରଙ୍କୁ ବଦଳି କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login