ଭୁବନେଶ୍ୱର : ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିବସ ଓଡିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ । ଓଡିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉକôର୍ଷ ହାସଲ କରିଛନ୍ତି । କେନ୍ଦ୍ର ଏବଂ ଓଡିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ।
ଅନ୍ୟପଟେ ଓଡିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ଓଡିଶାବାସୀଙ୍କ ଅବଦାନକୁ ମନେ ପକାଇବାର ଦିନ । ଓଡିଶାବାସୀ ଓଡିଶାର ଉନ୍ନତି ନିମନ୍ତେ କଠିନ ପରଶ୍ରମ କରିଆସିଛନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।
Views: 24