ଭୁବନେଶ୍ୱର : ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ କରି ରାଷ୍ଟ୍ରପତି କହିଛନ୍ତି ଯେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରର ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଜଣେ ମିଷ୍ଟଭାଷୀ ଓ ଅମାୟିକ ଭଦ୍ରବ୍ୟକ୍ତି ଭାବରେ ସେ ସମସ୍ତଙ୍କର ଶ୍ରଦ୍ଧାଭାଜନ ଥିଲେ ।
Views: 24