The Ultimate Managed Hosting Platform
ADVERTISEMENT

ଉନ୍ମୋଚିତ ହେଲେ ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ

Facebook
Twitter
LinkedIn

ଭୁବନେଶ୍ୱର : ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପୋର୍ଟାଲ୍ ଟି www.subhadra.odisha.gov.in ଏହି ପୋର୍ଟାଲ୍ ଛଡା ଆଉ କୌଣସି ନକଲି ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ । ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି । ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login