ଉମରକୋଟ / (ବିଶ୍ୱଜିତ ମଲ୍ଲିକ) : ଉମରକୋଟ ସ୍ଥାନୀୟ ଚଢ଼େଇଗୁଡ଼ା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସୁପର -୫୦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନବରଙ୍ଗପୁର ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁଙ୍କ ନିର୍ଦ୍ଦେଶକ୍ରମେ ୨୦୨୫ ମସିହାର ମାଟ୍ରିକ୍ ପରୀକ୍ଷା ଫଳରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ବ୍ଲକରେ ଏହି କାର୍ଯ୍ୟକ୍ରମ ଚାଲୁ ରହିଛି। ଉରକୋଟ ବ୍ଲକ୍ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୪୦ ରୁ ଉର୍ଦ୍ଧ୍ବ ଦଶମ ଶ୍ରେଣୀର ପ୍ରତ୍ୟେକ ବିଦ୍ୟାଳୟରୁ ଦୁଇ ଜଣ ଅଗ୍ରଣୀ ଛାତ୍ର ଛାତ୍ରୀ ଆଜି ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଚଢ଼େଇଗୁଡ଼ାଠାରେ ପହଞ୍ଚିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ବିକାଶ ଚନ୍ଦ୍ର ସରକାର, ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅସୀମ ଦାସ ଏବଂ ଚଢ଼େଇଗୁଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ରାଉତଙ୍କର ପ୍ରତ୍ୟେକ୍ଷ ତତ୍ବାବଧାନରେ ପ୍ରାତଃ ୧୦ଟା ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଭିନ୍ନ ବିଷୟର ଅଭିନବ ପଦ୍ଧତିରେ ସାଧନକର୍ମୀ ସରୋଜ କୁମାର ସାହୁ, ଶ୍ରଦ୍ଧାଞ୍ଜଳି ସାହୁ, ଇନ୍ଦ୍ର ମାଳି, ନବୀନ ବିଶ୍ୱାସ, ସୁରେନ୍ଦ୍ର ଗଣ୍ଡ ପ୍ରମୁଖ ଶିକ୍ଷାଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ରାଉତଙ୍କ ସହାୟତାରେ ସର୍ବଶ୍ରୀ ସୁଦର୍ଶନ ହରିଜନ, ଆକୁଳ ବିଶ୍ୱାସ, ଶ୍ରୀନିବାସ ପାଢ଼ୀ, ଆଦିତ୍ୟ ପ୍ରତାପ ମହାରଣା, ବିଜୟ ପ୍ରଧାନ, ଭାଗବତ ଚନ୍ଦ୍ର ଦାସ, ଲୁନାରାଣୀ ରାଉତ, ତ୍ରିଲୋଚନ ହରିଜନ ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ ।
ଉମରକୋଟ ବ୍ଲକ୍ ସ୍ତରୀୟ ସୁପର – ୫୦ କାର୍ଯ୍ୟକ୍ରମ ଅନୁଷ୍ଠିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











