ଭୁବନେଶ୍ୱର : ଏ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ । ରାଜନୀତି ମୈଦାନକୁ ଓହ୍ଲାଇବେନି ଛାତ୍ର ନେତା । ବାଜିବନି ବିଗୁଲ କି ହେବନି ପ୍ରଚାର । ଏଭଳି ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡର ଜାରି କରିଛି । ଯେଉଁଥିରେ ନିର୍ବାଚନ ତାରିଖ ବାବଦରେ କୌଣସି ଉଲେଖ ନାହିଁ । ଆଗକୁ ସାଧାରଣ ନିର୍ବାଚନ ରହିଥିବାରୁ କ୍ୟାମ୍ପସରେ ନିର୍ବାଚନ କରି ଛାତ୍ର ଓ ଯୁବ ସଙ୍ଗଠନରେ ଫାଟ ସୃଷ୍ଟି କରିବାକୁ ଶାସକ ଦଳ ଚାହିଁ ନାହିଁ। ଯେଉଁଥିପାଇଁ ଅତି ଚତୁରତାର ସହ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳଏ ୭୨ ଦିନ ଛୁଟି ରହିଛି । ଅକ୍ଟୋବର ୨୧ରୁ ୮ ଦିନ ପର୍ୟ୍ୟନ୍ତ ପୂଜା ଛୁଟି ରହିଛି । ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ। ସୂଚନାଯୋଗ୍ୟ ଯେ ଅନ୍ତିମଥର ପାଇଁ ୨୦୧୭ରେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା ।
ଏ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











