ଭୁବନେଶ୍ୱର : ଏ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ । ରାଜନୀତି ମୈଦାନକୁ ଓହ୍ଲାଇବେନି ଛାତ୍ର ନେତା । ବାଜିବନି ବିଗୁଲ କି ହେବନି ପ୍ରଚାର । ଏଭଳି ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡର ଜାରି କରିଛି । ଯେଉଁଥିରେ ନିର୍ବାଚନ ତାରିଖ ବାବଦରେ କୌଣସି ଉଲେଖ ନାହିଁ । ଆଗକୁ ସାଧାରଣ ନିର୍ବାଚନ ରହିଥିବାରୁ କ୍ୟାମ୍ପସରେ ନିର୍ବାଚନ କରି ଛାତ୍ର ଓ ଯୁବ ସଙ୍ଗଠନରେ ଫାଟ ସୃଷ୍ଟି କରିବାକୁ ଶାସକ ଦଳ ଚାହିଁ ନାହିଁ। ଯେଉଁଥିପାଇଁ ଅତି ଚତୁରତାର ସହ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳଏ ୭୨ ଦିନ ଛୁଟି ରହିଛି । ଅକ୍ଟୋବର ୨୧ରୁ ୮ ଦିନ ପର୍ୟ୍ୟନ୍ତ ପୂଜା ଛୁଟି ରହିଛି । ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ। ସୂଚନାଯୋଗ୍ୟ ଯେ ଅନ୍ତିମଥର ପାଇଁ ୨୦୧୭ରେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା ।
ଏ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...
e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ
ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।...
MKCGରେ ଇଣ୍ଟର ମିଟ୍ ; ୩ ଛାତ୍ର ଆହତ
ବ୍ରହ୍ମପୁର : ଏମକେସିଜିରେ ଇଣ୍ଟର ମେଡିକାଲ ମିଟ ବେଳେ ୩ ଛାତ୍ର ଆହତ । କଟକ ଏସସିବିର ୩ ଛାତ୍ର ଉତ୍ସବ ପାଳନ ବେଳେ ଆହତ ।...