ନୂଆଦିଲ୍ଲୀ: ଆଗାମୀ ଆଇପିଏଲ୍ ୨୦୨୪ ସିଜିନ ପୂର୍ବରୁ ରାଜନୀତିରୁ ଅବସର ଘୋଷଣା କରିଛନ୍ତି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ସେ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆଗାମୀ ଆଇପିଏଲ୍ ପୂର୍ବରୁ ଗମ୍ଭୀରଙ୍କୁ ରାଜନୀତିରୁ ମୁକ୍ତ କରିବାକୁ ବିଜେପି ଅଧ୍ୟକ୍ଷ ଜେପି ନାଡାଙ୍କୁ ସେ ନିବେଦନ କରିଛନ୍ତି। ଗମ୍ଭୀର କୋଲକାତା ନାଇଟ୍ ରାଇଡର୍ସର ପରାମର୍ଶଦାତା ଭାବେ ଦାୟିତ୍ବ ତୁଲାଉଛନ୍ତି । ସେ ଟୁଇଟ୍ କରି କହିଛନ୍ତି, ‘ମୁଁ ମୋର ରାଜନୈତିକ ଦାୟିତ୍ବରୁ ମୁକ୍ତି ପାଇବାକୁ ଅଧ୍ୟକ୍ଷ ଜେପି ନାଡା ଜୀଙ୍କୁ ଅନୁରୋଧ କରିଛି । ଫଳରେ ମୁଁ ମୋର ଆଗାମୀ କ୍ରିକେଟ୍ ପ୍ରତିଶ୍ରୁତି ଉପରେ ଧ୍ୟାନ ଦେଇ ପାରିବି। ମୋତେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ତଥା ମାନ୍ୟବର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି।
Views: 83











