ନୂଆଦିଲ୍ଲୀ : ବିହାରର ଶାସକ ଦଳ ଜେଡିୟୁ (ଜନତା ଦଳ ୟୁନାଇଟେଡ) ଏବଂ ଆରଜେଡି (ରାଷ୍ଟ୍ରୀୟ ଜନତା ଦଳ) ମଧ୍ୟରେ ତିକ୍ତତା ଲାଗିରହିଛି। ନୀତୀଶ କୁମାର ତାଙ୍କ ଶାସକ ପାର୍ଟନର ଲାଲୁ ପ୍ରସାଦ ଯାଦବଙ୍କ ଆରଜେଡି ଏବଂ ଇଣ୍ଡିଆ ବ୍ଲକ ସଦସ୍ୟ କଂଗ୍ରେସ ଉପରେ ରାଗିଛନ୍ତି। ଏହାରି ମଧ୍ୟରେ ନୂତନ ସରକାର ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ବିଜେପି ପକ୍ଷକୁ ଯାଇପାରନ୍ତି ବୋଲି ଶୁଣିବାକୁ ମିଳୁଛି।
ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ୟ୍ୟଙ୍କ ଡିଲିଟ୍ ହୋଇ ଯାଇଥିବା ଏକ ଟ୍ବିଟ୍ ତାଙ୍କୁ ଆଘାତ ଦେଇଛି। ଯେଉଁଥିରେ ରୋହିଣୀ ବିହାର ମୁଖ୍ୟମନ୍ତ୍ରୀଙ୍କ ‘ପରିବାରବାଦ’ ମନ୍ତବ୍ୟକୁ ନେଇ କଡ଼ା ଜବାବ ଦେଇଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବଂଶବାଦ ରାଜନୀତିକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ୟ୍ୟ ସୋସିଆଲ ମିଡିଆରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ନୀତୀଶ କୁମାର କର୍ପୂରୀ ଠାକୁରଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ୟ୍ୟକ୍ରମକୁ ସମ୍ବୋଧିତ କରି ବଂଶବାଦ ରାଜନୀତିକୁ ସମାଲୋଚନା କରିବା ସହ କହିଥିଲେ, ସେ ରାଜନୀତିରେ ନିଜ ପରିବାରକୁ ପ୍ରୋତ୍ସାହିତ କରିନାହାନ୍ତି। ବିଜେପି ତୁରନ୍ତ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନଥିବା ବେଳେ ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ୟ୍ୟ ଏ ନେଇ ଏକ ଟୁଇଟ୍ କରିଥିଲେ।
ଏନଡିଏରେ ମିଶିବେକି ନୀତିଶ କୁମାର !

Facebook
Twitter
LinkedIn
Facebook
Twitter
LinkedIn
Recent News
ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ
ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...
୫ ହଜାର ବୋତଲ କଫ୍ ସିରପ ଜବତ
ସମ୍ବଲପୁର : ବଡ ଧରଣର କଫ୍ ସିରପ୍ ରାକେଟର ପର୍ଦ୍ଦାଫାସ । ଏହି ଘଟଣାରେ ୨୦ ଜଣ ଗିରଫ ହୋଇଛନ୍ତି । ୫ହଜାର ବୋତଲ କଫ ସିରପ...
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...