The Ultimate Managed Hosting Platform
ADVERTISEMENT

ଏଲପିଜି ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି

Facebook
Twitter
LinkedIn

ନୂଆଦିଲ୍ଲୀ : ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ନିଷ୍ପତ୍ତି । ସୂଚନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ । ପିଏମୟୁବ୍ୱାଇ ହିତାଧିକାରୀ ଏଣଇକି ୫ ଶହ ବଦଳରେ ୫୫୦ ଦେବେ । ଦିଲ୍ୀର ହିତାଧିକାର ୮୦୩ ବଦଳରେ ୮୫୩ ଟଙ୍କା ଦେବେ । ଭୁବନେଶ୍ୱରରେ ୮୨୯ ବଦଳରେ ୮୭୯ ଟଙ୍କା ଦେୟ ପଡିବ । ଏପରିକି ଉଜ୍ଜ୍ବଳା ଯୋଜନାରେ ମିଳୁଥିବା ଗ୍ୟାସ୍ ସିଲିଣ୍ଡରର ଦାମ ମଧ୍ୟ ବଢ଼ାଇଛନ୍ତି । ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି, ଅନ୍ତରାଷ୍ଟ୍ରୀୟ ବଜାରରେ ମୂଲ୍ୟ ବୃଦ୍ଧି ଘଟୁଥିବା ବେଳେ ଏଠାରେ କମୁଛି । ରୋଷେଇ ଗ୍ୟାସ ସିଲିଣ୍ଡରରେ ୫୦ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ନେଇଛୁ । ଆଗାମୀ ଦିନରେ ଏହାର ସମୀକ୍ଷା କରାଯିବ । ମୂଲ୍ୟ ବୃଦ୍ଧି ପରେ ଏବେ ଓଡ଼ିଶାରେ ୮୭୯ ଟଙ୍କା ଦେଇ ୧୪ କେଜି ଏଲପିଜି ଗ୍ୟାସ୍ ସିଲିଣ୍ଡର କିଣିବାକୁ ପଡ଼ିବ । ପୂର୍ବରୁ ୮୨୯ ଟଙ୍କାରେ ଖାଉଟୀ ପାଉଥିଲେ । ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦର ହୁତୁ ହୁତୁ ହୋଇ ବଢ଼ି ଚାଲିଥିବା ବେଳେ ଗ୍ୟାସ ଦର ବୃଦ୍ଧି ଗରିବ, ମଧ୍ୟବିତ୍ତ ପରିବାରଙ୍କ ପାଇଁ କୋରଡ଼ା ମାଡ଼ ସଦୃଶ୍ୟ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login