ଭୁବନେଶ୍ବର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ (ଓଏମଏଭି) ପ୍ରବେଶିକା ପରୀକ୍ଷା ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ରାଜ୍ୟର ୩୧୪ଟି ଓଏଭି ଓ ୫ଟି ଓଏମ୍ଏଭି ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀ www.oav.edu.in ରେ ନାମ ପଞ୍ଜୀକରଣ କରିପାରିବେ। ୨୦୨୪ ଜାନୁଆରି ୧୫ ସୁଦ୍ଧା ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବା ବେଳେ ଫେବ୍ରୁଆରି ୧୫ରେ ଫଳ ପ୍ରକାଶ ପାଇବ। ମାର୍ଚ୍ଚ ୧୫ରେ ନାମଲେଖା ତାଲିକା ଅନୁମୋଦନ ଏବଂ ଏପ୍ରିଲ ୨ରୁ ୩୦ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ। ପଞ୍ଜୀକରଣ ନିମନ୍ତେ ଓଏଭି ଓ ଓଏମ୍ଏଭିର ସୂଚନା ପୁସ୍ତିକା ସମସ୍ତ ଜିଲ୍ଲା ଓ ବ୍ଲକ ଅଧିକାରୀଙ୍କୁ ପଠାଯାଇଛି। ସମସ୍ତ ବିଦ୍ୟାଳୟରେ ୫୦% ସିଟ୍ ଛାତ୍ରୀମାନଙ୍କ ନିମନ୍ତେ ଏବଂ ବ୍ଳକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଜନସଂଖ୍ୟାର ପ୍ରତିଶତ ଅନୁସାରେ ସ୍ଥାନ ସଂରକ୍ଷଣ କରାଯାଇଛି। ପଞ୍ଜୀକରଣ ନିମନ୍ତେ କୌଣସି ସହଯୋଗ ପାଇଁ ପିତାମାତା/ଅଭିଭାବକ/ ଛାତ୍ରଛାତ୍ରୀ ନିକଟସ୍ଥ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରିପାରିବେ।
ଓଏଭିରେ ନାମଲେଖା ପାଇଁ ପଞ୍ଜୀକରଣ ଆରମ୍ଭ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











