ଭୁବନେଶ୍ବର: ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଏହି ଦିନ ହିନ୍ଦୁମାନଙ୍କର ବଡ଼ ପର୍ବ ରୂପେ ପାଳିତ ହୋଇଥାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ଆଜିର ଦିନକୁ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ ଭାବରେ ବିବେଚନା କରାଯାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ। #ବନ୍ଦେଉତ୍କଳଜନନୀ pic.twitter.com/oCckKIPRHQ
— Naveen Patnaik (@Naveen_Odisha) April 14, 2023