ଭୁବନେଶ୍ୱର : ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୪୧ ମାସରେ ସଂଗ୍ରହ ହୋଇଛି ୪ଲକ୍ଷ ୟୁନିଟ୍ ରକ୍ତ । କେବଳ ଚଳିତ ବର୍ଷ ୧ଲକ୍ଷ ୟୁନିଟରୁ ଉର୍ଦ୍ଧ୍ଵ ରକ୍ତ ସଂଗୃହୀତ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ଏହି ରକ୍ତ ସଂଗ୍ରହ ହୋଇଛି ।
ଯେପରି ରକ୍ତ ବିନା ଓଡ଼ିଶାବାସୀଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱ ଦେଇଆସିଛନ୍ତି ଏବଂ ତାଙ୍କ ନେତୃତ୍ଵରେ ୨୦୨୦ ମସିହା ଅଗଷ୍ଟ ୯ ତାରିଖରେ ଓଡ଼ିଶା-ମୋ ପରିବାର ଅଧୀନରେ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିପାଇଁ ପ୍ରତିବର୍ଷ, ରାଜ୍ୟବ୍ୟାପୀ ରକ୍ତଦାନ ଶିବିରମାନ ଆୟୋଜନ କରାଯାଉଛି । ସମଗ୍ର ରକ୍ତଭଣ୍ଡାରଗୁଡ଼ିକରେ ଆବଶ୍ୟକ ଷ୍ଟକ ବଜାୟ ରହିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ନିର୍ଦ୍ଦେଶ ରହିଛି । ‘ଜୀବନବିନ୍ଦୁ’ ମାଧ୍ୟମରେ ବର୍ଷ ତମାମ ରକ୍ତଦାନ ଶିବିରମାନ ଆୟୋଜନ କରି ବିଗତ ଦିନରେ ଏକ ମାଇଲଖୁଣ୍ଟ ହାସଲ ମଧ୍ୟ କରିଥିଲା ।
କେବଳ ଏତିକି ନୁହେଁ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ସ୍ଵତନ୍ତ୍ର ପରିକଳ୍ପନା, ଓଡ଼ିଶା-ମୋ ପରିବାର, ସାଢେ ଚାରିକୋଟି ଓଡ଼ିଆଙ୍କ ସେବାରେ ସର୍ବଦା ସମର୍ପିତ ହୋଇ ରହିଆସିଛି । ଫସି ରହିଥିବା ଶ୍ରମିକମାନଙ୍କୁ ବିଦେଶରୁ ସ୍ଥାନାନ୍ତରଣ ହେଉ କି ଡାକ୍ତରଖାନା ଗୁଡ଼ିକରେ ବିଭିନ୍ନ ପ୍ରକାର ସହାୟତା ହେଉ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ସମସ୍ତ ଜନ କଲ୍ୟାଣକାରୀ ଯୋଜନାରେ ସଂଯୋଜନା କରି ଲୋକମାନଙ୍କୁ ସାହାଯ୍ୟ ଯୋଗାଇ ଆସିଛି । ଏହି ରକ୍ତ ସଂଗ୍ରହ କାର୍ୟ୍ୟକ୍ରମକୁ ସଫଳ କରିବା ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ, ଦଳୀୟ କର୍ମୀ, ରାଜ୍ୟର ସମସ୍ତ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏବଂ ସର୍ବୋପରି ରକ୍ତଦାତାଙ୍କୁ ଓଡ଼ିଶା-ମୋ ପରିବାର ପକ୍ଷରୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି ।
ଓଡ଼ିଶା-ମୋ ପରିବାର, ଜୀବନବିନ୍ଦୁର ଉଲ୍ଲେଖନୀୟ ସଫଳତା, ୪୧ ମାସରେ ସଂଗ୍ରହ ହେଲା ୪ଲକ୍ଷ ୟୁନିଟ୍ ରକ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







