ଭୁବନେଶ୍ୱର : ଆଡି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରେ ପହଁଚିବେ । ସ୍ୱତନ୍ତ୍ର ହେଲିକପ୍ଟରରେ ନୟାଗଡ ଯିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜା କରିବା ପରେ ଅନ୍ୟ କାର୍ୟ୍ୟକ୍ରମରେ ଯୋଗଦେବେ। କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ପରେ ଜଗନ୍ନାଥ ସଂସ୍କୃତିର ମୂଳପୀଠ ତଥା ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବେ। ଏହାପରେ କାଳିଆପଲ୍ଲୀ ଗ୍ରାମରେ ଥିବା ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ୟ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି।
ଓଡିଶା ଆସୁଛନ୍ତି ରାଷ୍ଟ୍ରପତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











