The Ultimate Managed Hosting Platform
ADVERTISEMENT

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ହରିଶ ଟଣ୍ଡନ

Facebook
Twitter
LinkedIn

କଟକ : ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ହରିଶ ଟଣ୍ଡନ। ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିଶ କ୍ରମେ ତାଙ୍କୁ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଟଣ୍ଡନ । ଜାନୁଆରୀ ୧୯ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡ଼ିଶା ହାଇକୋର୍ଟରୁ ଅଵସର ନେବା ପରେ ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି । ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଆହ୍ଲାବାଦ ହାଇକୋର୍ଟର ବିଚାରପତି ଭାବେ ବଦଳି ପାଇଁ ଗତକାଲି ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ କରିଛନ୍ତି । ଜଷ୍ଟିସ ହରିଶ ଟଣ୍ଡନ ଏବେ ସର୍ବ ଭାରତୀୟ ସ୍ତରରେ ସପ୍ତମ ବରିଷ୍ଠ ହାଇକୋର୍ଟ ବିଚାରପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login