The Ultimate Managed Hosting Platform
ADVERTISEMENT

ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

Facebook
Twitter
LinkedIn

କଟକ : ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଶପଥ ନେଇଛନ୍ତି । ସୂଚନା ଅନୁଯାୟୀ, ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିଲେ । ଏହି ଶପଥଗ୍ରହଣ ଉତ୍ସବ ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ତେବେ ଉଭୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍‌. ମୁରଲୀଧର ଶପଥପାଠ କରାଇଛନ୍ତି ।

ଗତ ମାସ ୨୭ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍ ପକ୍ଷରୁ ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ସଂକ୍ରାନ୍ତ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଏଥିରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଚିତ୍ତରଞ୍ଜନ ଦାଶଙ୍କୁ କୋଲକାତା ହାଇକୋର୍ଟକୁ ବଦଳି କରାଯାଇଥିଲା ବେଳେ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ୍ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ପୂର୍ବରୁ କଲେଜିୟମ୍ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଥିଲା । କିଛି ଦିନ ତଳେ ତାଙ୍କ ନିଯୁକ୍ତି ଉପରେ କେନ୍ଦ୍ର ସରକାର ମୋହର ମାରିବା ପରେ ଶୁକ୍ରବାର ଉଭୟ ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login