The Ultimate Managed Hosting Platform
ADVERTISEMENT

ଓଡିଶାରେ କେହି ବି ଭୂମିହୀନ ରହିବେ ନାହିଁ , ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ : ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁକ୍ଷ ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ। ଓଡିଶାରେ କେହିବି ଭୂମିହିନ ରହିବେ ନାହିଁ। ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ। ତେଣୁ ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁ କରିବା ପାଇଁ ଆପଣମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

ADVERTISEMENT

Login