ଭୁବନେଶ୍ୱର : ଦୁଇ ଦିନ ଧରି ଚାଲିଛି ଉକôର୍ଷ ଓଡିଶା କାର୍ଯ୍ୟକ୍ରମ । ଆଜି କୃଷି ଶିଳ୍ପ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ନେଇ ଆଲୋଚନା ହୋଇଛି। ଏଥିରେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ କହିଛନ୍ତି, ଓଡ଼ିଶାରେ ନିବେଶ କରିବା ପାଇଁ ଏହି ସମୟ ହିଁ ଉପଯୁକ୍ତ ସମୟ। ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ନୂଆ ବିଳ୍ପବ ଆଣିବାକୁ ବେଶ ସକ୍ଷମ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆମେ ଚାଷୀ ବା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରୁଛୁ। ସ୍ମାର୍ଟ ଫାର୍ମିଂ ଏବଂ ଡିଜିଟାଲ ମାର୍କେଟିଂ ଦିଗରେ ଆମ ସରକାର କାର୍ୟ୍ୟ କରୁଛନ୍ତି। ଜୈବିକ ପ୍ରଣାଳୀରେ ଚାଷ ଆମ ସରକାରଙ୍କ ଫୋକସ । ଆପଣ ଆସନ୍ତୁ ଓଡ଼ିଶାର କୃଷି ଶିଳ୍ପ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ପୁଞ୍ଜି ନିବେଶ କରନ୍ତୁ। ଯୁବ ଉଦ୍ୟୋଗୀମାନେ ମଧ୍ୟ ଆଗେଇ ଆସନ୍ତୁ ଆମେ ଏହି ଶିଳ୍ପ ନୂଆ ବିପ୍ଳବ ଆଣିବା । ନୂଆ ଷ୍ଟାର୍ଟଅପ ପାଇଁ ନୂଆ ସରକାରଙ୍କ ଦ୍ୱାର ସମ୍ପୂର୍ଣ୍ଣ ଖୋଲା ରହିଛି। ପୁର୍ବରୁ ଅବହେଳିତ ଥିଲା ଓଡ଼ିଶା, କିନ୍ତୁ ବର୍ତ୍ତମାନଓଡ଼ିଶାକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ନେଇଛନ୍ତି। ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ମଧ୍ୟ ଉପସ୍ଥିତ ଥିଲେ।
ଓଡିଶାରେ ନିବେଶ କରିବା ପାଇଁ ଏହା ହିଁ ଉପଯୁକ୍ତ ସମୟ : ଉପମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











