ଭୁବନେଶ୍ୱର : ଓଡିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ । ସେମାନଙ୍କୁ ଭାରତ ଛାଡିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ । ଗୃହ ମନ୍ତ୍ରାଳୟ ନିଦେ୍ର୍ଦଶ ପରେ ଭାରତ ଛାଡିବାକୁ ପ୍ରକ୍ରିୟା ଆରମ୍ଭ । ପହଲଗାମ ଆକ୍ରମଣ ପରେ ଭାରତରେ ବସବାସ କରୁଥିବା ପାକିସ୍ତାନୀ ମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାର । ସେପଟେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । କେଉଁ ରାଜ୍ୟରେ କେତେ ସଂଖ୍ୟକ ପାକିସ୍ତାନୀ ବସବାସ କରୁଛନ୍ତି ସେନେଇ ସୂଚନା ଦେବାକୁ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଜାରି ହୋଇଛି ।
Views: 34