ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ସଂକଳ୍ପ ପଦଯାତ୍ରା । ରାଜ୍ୟରେ ସଙ୍ଗଠନକୁ ସୁଦୃଢ କରିବା ଓ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିବାକୁ କଂଗ୍ରେସ ଆରମ୍ଭ କରିବ ସଂକଳ୍ପ ପଦଯାତ୍ରା । ପୁରୀ ଅଭିମୁଖେ ୩ ଦିନିଆ ପଦଯାତ୍ରା କରାଯିବ । ଭୁବନେଶ୍ବର ବିମାନବନ୍ଦରରୁ ପୁରୀ ଯାଏଁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବରେ ସଂକଳ୍ପ ପଦଯାତ୍ରା କରିବ କଂଗ୍ରେସ । ବିମାନବନ୍ଦରରୁ କ୍ୟାପିଟାଲ ହସ୍ପିଟାଲ ଛକ, ଶିଶୁ ଭବନ, ରାଜାମାହାଳ ଏବଂ କଳ୍ପନା ଛକ ଦେଇ ଲିଙ୍ଗପୁରରେ ପହଞ୍ଚିବ ପଦଯାତ୍ରା । ପରେ ଲିଙ୍ଗିପୁରରୁ ପିପିଲି ଯାଇ ରାତ୍ରି ଜାପନ କରିବେ ପିସିସି ସଭାପତି । ପିପିଲିରୁ ଚନ୍ଦନପୁର ଏବଂ ୨୦ ତାରିଖରେ ଚନ୍ଦନପୁରରୁ ପୁରୀ ଅଭିମୁଖେ ବାହାରିବ ପଦଯାତ୍ରା । ୨୦ ତାରିଖରେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ସଂକଳ୍ପ ପଦଯାତ୍ରାର ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଇବେ ପିସିସି ସଭାପତି । ଦୀର୍ଘ ୮ ମାସ ପରେ ରାଜ୍ୟ କଂଗ୍ରେସ ନିଜ ପତିଆରାର ପ୍ରଦର୍ଶନ କରିବାକୁ ଯାଉଛି । ଯୁବ, ଛାତ୍ର ମହିଳା ସେବାଦଳ ସମସ୍ତଙ୍କୁ ଯାତ୍ରାରେ ଏକାଠି ହେବାକୁ ଆହ୍ବାନ ଦେଇଛନ୍ତି ।
କଂଗ୍ରେସର ଆଜିଠୁ ବିଶାଳ ପଦଯାତ୍ରା, ପୁରୀ ଅଭିମୁଖେ ୩ ଦିନିଆ ପଦଯାତ୍ରା କରିବ ଦଳ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











