The Ultimate Managed Hosting Platform
ADVERTISEMENT

କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଲେ ସୁର ରାଉତରାୟ

Facebook
Twitter
LinkedIn

ଭୁବନେଶ୍ୱର : କଥା ରଖିଲାନି ପୁଅ । ତେଣୁ କଂଗ୍ରେସ ଛାଡିଦେଲେ ସୁର । କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ। ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି। ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ। ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି। ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛି। ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର। ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି। ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର । ଆଜି ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏହା ପରେ ସୁର କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login