କଟକ : କଟକରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । କଟକର ବେଲ ଭ୍ୟୁ ଛକରେ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟିତ ହୋଇଛି । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି। ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚ ଶିକ୍ଷା, ସଂସ୍କୃତି, ଭାଷା ସାହିତ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡ଼ୁ, ବରିଷ୍ଠ ବିଜେପି ନେତା ନୟନକିଶୋର ମହାନ୍ତି ଓ ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ।
କଟକରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...