ବେଙ୍ଗାଲୁରୁ: ବସ୍ କଣ୍ଡକ୍ଟର ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ଆଜି ଦିନକ ପାଇଁ କଣ୍ଡକ୍ଟର ସାଜି ବସରେ କାଟିବେ ଯାତ୍ରୀଙ୍କ ଟିକେଟ୍ । ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଶକ୍ତି ଯୋଜନାର କରିବେ ଶୁଭାରମ୍ଭ । ସରକାରୀ ବସରେ ମହିଳାମାନଙ୍କୁ ମାଗଣା ଯାତ୍ରା ଲାଗି ଗତ ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ । ସେହି ପ୍ରତିଶ୍ରୁତି ଅନୁସାରେ ଆଜି ସିଦ୍ଧରମୈୟା ବସ୍ ଭିତରେ ମହିଳା ଯାତ୍ରୀଙ୍କୁ ଦେବେ ମାଗଣା ଟିକେଟ । କାର୍ୟ୍ୟକ୍ରମ ଅନୁସାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ବେଙ୍ଗାଲୁରୁ ମେଟ୍ରୋ ପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ ବା ବିଏମଟିସି ବସରେ ଯାତ୍ରା କରିବେ ଓ ମହିଳା ଯାତ୍ରୀଙ୍କୁ ମାଗଣା ଟିକେଟ ପ୍ରଦାନ କରିବେ । ନିଜ ନିଜ ନିର୍ବାଚନ ମଣ୍ଡଳୀ ଓ ଜିଲ୍ଲାରେ ମନ୍ତ୍ରୀ ଓ ବିଧାୟକମାନେ ଏହି ଯୋଜନାର ଶୁଭାରମ୍ଭ କରିବେ ।
Views: 97











